କନକ ବ୍ୟୁରୋ : ଆଜି ଶେଷ ହେଉଛି ୨ ହଜାର ଟଙ୍କିଆ ନୋଟ୍ ବଦଳର ଅବଧି । ମେ’ ୧୯ରେ ଏହି ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ମେ’ ୨୩ରୁ ନୋଟ୍ ବଦଳାଇବା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ନୋଟ୍ଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା ଲାଗି ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମୟ ଦେଇଥିଲା ଯାହା ଆଜି ଶେଷ ହେଉଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ଗତ ମେ’ରେ ବଜାରରେ ସାଢ଼େ ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଦୁଇ ହଜାର ଟଙ୍କିଆ ଥିଲା । ସଦ୍ୟତମ ସୂଚନା ଅନୁସାରେ ସେଥିରୁ ୯୩ ପ୍ରତିଶତ ନୋଟ୍ ବ୍ୟାଙ୍କ ପାଖକୁ ଫେରି ଆସିଛି । ଏବେବି ପ୍ରାୟ ୨୪ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ଫେରିନାହିଁ । ତେବେ ୨୦୦୦ ଟଙ୍କିଆ ବଦଳାଇବା ଓ ଜମା କରିବାର ସମୟ ସୀମାକୁ ଆଉ ଏକ ମାସ ବଢ଼ାଇବା ବିଷୟରେ ରିଜର୍ଭ ବ୍ୟାଙ୍କ ବିଚାର କରୁଥିବା ଆଲୋଚନା ହେଉଛି । ପ୍ରବାସୀ ଭାରତୀୟଙ୍କୁ ଆଉ କିଛି ଦିନର ସମୟ ଦେବା ଲାଗି ଏହି ସୀମାକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରେ ।