କନକ ବ୍ୟୁରୋ : ନୀରବିଗଲେ ସ୍ୱର ସାମ୍ରାଜ୍ଞୀ ! ୨୯ଦିନ ହେଲା ଭେଣ୍ଟିଲେଟରରେ ଥିଲେ ଲତା ମଙ୍ଗେସକର । ମୁମ୍ବାଇ ବ୍ରିଚ୍ କାଣ୍ଡି ହସ୍ପିଟାଲ ସାମ୍ନାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଥିଲା । ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ ସୁସ୍ଥ ହୋଇଥିଲେ । କିନ୍ତୁ ପରେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା ।

Advertisment

ଲତା ମଙ୍ଗେସକର ମଧ୍ୟ ପ୍ରଦେଶର ଇନ୍ଦୋରରେ ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ମଞ୍ଚ କଳାକାର ଥିଲେ । ଲତା ୫ବର୍ଷ ବୟସରୁ ତାଙ୍କ ପିତାଙ୍କ ଠାରୁ ସଙ୍ଗୀତ ଶିକ୍ଷା କରିଥିଲେ । ତାଙ୍କ ସହ ତାଙ୍କ ସାନ ଭଉଣୀ ଆଶା, ଉଷା, ମୀନା ଓ ଭାଇ ହୃଦୟନାଥ ମଧ୍ୟ ସଙ୍ଗୀତ ଶିକ୍ଷା କରୁଥିଲେ । ଲତା ମାତ୍ର ୧୩ ବର୍ଷର ହୋଇଥିବା ବେଳେ ତାଙ୍କ ପିତାଙ୍କର ହୃଦ୍‌ରେଗରେ ଦେହାନ୍ତ ହୋଇଥିଲା । ପରେ ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ । ଲତା ଆଜୀବନ ଅବିବାହିତ ରହିଛନ୍ତି ।

ପରିବାରର ଭରଣପୋଷଣ ନିମନ୍ତେ ଲତା ଗୀତ ଗାଇବା ଆରମ୍ଭ କରିଥିଲେ । ସେ ୧୯୪୨ରୁ ୧୯୪୮ ମଧ୍ୟରେ ପାଖାପାଖି ଆଠୋଟି ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର 'କିଟ୍ଟି ହାସଲ'ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ମୁମ୍ବାଇରେ ଏକ ଲୋକାଲ ଟ୍ରେନରେ ଯାତ୍ରା କରୁଥିବା ସମୟରେ ତାଙ୍କୁ ଆପ୍ କି ସେବା ମେଁରେ ପ୍ରଛଦପଟ ଗାୟିକା ହେବାର ସୁଯୋଗ ମିଳିଥିଲା ।

୧୯୫୮ - ପ୍ରଥମ ଫିଲ୍ମ ଫେୟାର୍ ଆୱାର୍ଡ
୧୯୬୯ - ପଦ୍ମ ଭୂଷଣ
୧୯୬୯ - ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟିକା
୧୯୮୯ - ଦାଦା ସାହେବ୍ ଫାଲକେ ପୁରସ୍କାର
୧୯୯୩ - ଜୀବନ ବ୍ୟାପି ସାଧନା ପୁରସ୍କାର
୧୯୯୭ - ମହାରାଷ୍ଟ୍ର ଭୂଷଣ ପୁରସ୍କାର
୧୯୯୯ - ପଦ୍ମ ବିଭୂଷଣ
୨୦୦୧ - ଭାରତ ରତ୍ନ
୨୦୦୯ - ୩ଟି ଜାତୀୟ ଚଳଚ୍ଚିତ୍ର ସମ୍ମାନ
୨୦୧୧ - ଗିନିଜ୍ ବୁକ୍ ଅଫ୍ ୱାଲର୍ଡ୍ ରେକର୍ଡରେ ସ୍ଥାନିତ