୮ ତାରିଖ ଯାଏଁ ଲାଗି ରହିବ କୋହଲା ପାଗ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘୂର୍ଣ୍ଣିଂଝଡ ସମ୍ଭାବନା । ଜାଣନ୍ତୁ ଆଜି ଏବଂ କାଲି କେଉଁଠି ହେବ ବର୍ଷା

1,796

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବନି। ତେବେ ଏହାପର ଦୁଇ ଦିନ ଯାଏ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବ। ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଲାଗିରହିବ। କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ଆକଳନ କରାଯାଇଛି ଯେ , ଆଜି ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ଘନ କୁହୁଡ଼ି ହେବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତାକାଲି ଓ ୬ ତାରିଖରେ କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଦେବଗଡ଼, ବୌଦ୍ଧ, ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୭ ଓ ୮ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଘର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଦୁଇ ଦିନ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।