ଆହୁରି ୪୮ ଘଣ୍ଟା ଯାଏଁ ଲାଗି ରହିବ ବର୍ଷା। ଅଧାରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା

Advertisment
ଆଉ ସପ୍ତାହକ ଯାଏଁ  ଲାଗିରହିବ ବର୍ଷା : ୨୨ ତାରିଖଠାରୁ ବଢ଼ିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ

କନକ ବ୍ୟୁରୋ: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସାରା ଓଡ଼ିଶାରେ ବର୍ଷା ଲାଗି ରହିବ। ୧୧ ତାରିଖ ବେଳକୁ ଅଧାରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତର ଆଶଙ୍କା ରହିଛି। ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକ ତୁଳନାରେ ସମ୍ପୂର୍ଣ୍ଣ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ତେବେ ବିହାର ଓ ପୂର୍ବ ଉତ୍ତରପ୍ରଦେଶ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ୱେଲ୍ ମାର୍କଡ୍ ଲୋ’ ପ୍ରେସରରେ ପରିଣତ ହୋଇଛି। ଏଥିସହ ପଞ୍ଜାବଠାରୁ ନାଗାଲାଣ୍ଡ ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍ ବି ସୃଷ୍ଟି ହୋଇଛି। ପ୍ରଭାବରେ ମଧ୍ୟ ଓ ଉତ୍ତର ପୂର୍ବ ଭାରତରେ ବର୍ଷା ଲାଗି ରହିବ।

ଉତ୍ତର ଓ ପଶ୍ଚିମ ଓଡ଼ିଶା ଉପରେ ବି ଏହାର ପ୍ରଭାବ ପଡ଼ିପାରେ। ତେବେ ବଡ଼ ବର୍ଷା ହେବାର ନାହିଁ। ୧୪ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗି ରହିବ। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କଟକ, ଯାଜପୁର, ଯାଜପୁର ଏବଂ ଖୋର୍ଦ୍ଧା ଭଳି ଜିଲ୍ଲାଗୁଡ଼ିକରେ ଆଜି କାଳବୈଶାଖୀ ହୋଇପାରେ। ତେଣୁ ଲୋକେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe