ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ’ ବସ୍ ।

ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ’ ବସ୍ ।

କନକ ବ୍ୟୁରୋ : ମାଲକାନଗିରିରୁ ଗଡିଲା ଲକ୍ଷ୍ମୀ । ମାଲକାନଗିରିରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ଗଡିବ ୩୬ଟି ବସ୍ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହୋଇଛି । ଏହି ବସ୍ ସେବା ଜରିଆରେ ପଂଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ ହେବ ।

ଆଗକୁ ଅନ୍ୟ ଜିଲ୍ଲାରେ ମଧ୍ୟ ଖୁବ ଶୀଘ୍ର ଲକ୍ଷ୍ମୀ ବସ୍ ସେବା ମିଳିବ । ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ୍ ସେବା ସାମିଲ ହେବ । ମାଲକାନଗିରି ପରେ କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ମିଳିବ । ଶୀତତାପ ନିୟନ୍ତ୍ରିତ ବସରେ ସୁବିଧାରେ ଯାତ୍ରା କରିବେ ଲୋକେ । ଏହି ବସରେ ବରିଷ୍ଠ ନାଗରିକ ଓ ମହିଳାଙ୍କୁ ମିଳିପାରେ ରିହାତି ସୁବିଧା । ଆପ୍ ମାଧ୍ୟମରେ ବସର ଲୋକେସନ ଜାଣିହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe