କନକ ବ୍ୟୁରୋ : ବଜେଟ ଅଧିବେଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ପ୍ରେସମିଟ କରି ସେ ମୁଖ୍ୟମନ୍ତ୍ରୀଙ୍କୁ ସିଧା ସଳଖ ଟାର୍ଗେଟ କରିଛନ୍ତି । କହିଛନ୍ତି, ଗୃହରେ ଆଇନଶୃଙ୍ଖଳା, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ସୀମା ବିବାଦ ଓ ରାଜ୍ୟ ବଜଟେର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି । କିନ୍ତୁ ଗୃହର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଛାଡି ମୁଖ୍ୟମନ୍ତ୍ରୀ ମୁମ୍ବାଇ ଯିବା ଗଣତନ୍ତ୍ର ପାଇଁ ଶୁଭ ଲକ୍ଷଣ ନୁହେଁ । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ପ୍ରାଥମିକତାରେ ବିଧାନସଭା ନ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରିଛନ୍ତି ବୋଲି ବିରୋଧୀ ଦଳ ନେତା ପ୍ରଶ୍ନ କରିଛନ୍ତି ।

Advertisment