କନକ ବ୍ୟୁରୋ: ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ନେତାଙ୍କ ଦଳବଦଳ ପ୍ରକ୍ରିୟା ସେତିକି ବଢ଼ି ବଢ଼ି ଚାଲିଛି । ରବିବାର ଅରବିନ୍ଦ ଢାଲି ବିଜେଡି ଛାଡି ବିଜେପିରେ ଯୋଜ ଦେଇଥିବାବେଳେ ଆଜି ପଦ୍ମ ଧରିବେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଓ ଧାମନଗରର ପୂର୍ବତନ ବିଧାୟକ ରାଜୁ ଦାସ ।
ଧାନନଗର ଉପନିର୍ବାଚନ ସମୟରେ ବିଜେଡି ଟିକେଟ ଦାବିଦାର ଥିଲେ ରାଜୁ ଦାସ । ହେଲେ ତାଙ୍କୁ ଅଣଦେଖା କରି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି । ଏହାକୁ ନେଇ ଅସନ୍ତୁୁଷ୍ଟ ଥିଲେ ରାଜୁ ଦାସ । ତେଣୁ ସେ ଦଳ ଛାଡିଥିବା ଗୁହାଯାଉଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/03/4-8.jpg)