କନକ ବ୍ୟୁରୋ : ରାଜ୍ୟରୁ ଉପୁଜୁଥିବା ଜଳ ସମସ୍ୟାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର । ଖରାଦିନେ ସାରା ରାଜ୍ୟରେ ଦେଖାଦେଇଥିବା ଜଳ ସମସ୍ୟା ଦୂର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବିଭାଗୀୟ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।
ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟର ସମସ୍ତ ଜଳ ଯୋଗାଣ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ସୃଷ୍ଟି ହେଉଥିବା ଜଳ ସମସ୍ୟା ଜଣାଇବା ପାଇଁ ୩ଟି ଟୋଲ ଫ୍ରି ନମ୍ବର ଜାରି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/30-5.jpg)