ଆସନ୍ତା ମଙ୍ଗଳବାର ଦିନ ପାରାଦୀପ ଆସିବେ ରାଜ୍ୟର ୧୪୫ ବିଧାୟକ । ଭାରତୀୟ ନୌସେନା ପକ୍ଷରୁ ଏହି ବିଧାୟକମାନଙ୍କୁ ଆଇଏନ୍ଏସ୍ ଜଳସ୍ବାରେ ସମୁଦ୍ର ଭିତରକୁ ନିଆଯାଇ ବୁଲାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ବର୍ଷ ନୌସେନା ପକ୍ଷରୁ ଏମିତି କାର୍ଯ୍ୟକ୍ରମ କରାଯାଇଥାଏ । ଚଳିତ ବର୍ଷ ବିଧାୟକମାନଙ୍କୁ ନେବା ପାଇଁ ନୌସେନା ଯୋଜନା କରିଛି ।
ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ମଙ୍ଗଳବାର ୨୨ ତାରିଖରେ ବନ୍ଦର ଗେଟ୍-୫ରେ ବିଧାୟକମାନେ ଜାହାଜରେ ଚଢିବେ । ଏତେ ସ˚ଖ୍ୟାରେ ବିଧାୟକ ଏକାଠି ପାରାଦୀପ ଆସିବା ପ୍ରଥମ ଘଟଣା । ଏଣୁ ଏହି କାର୍ଯ୍ୟକ୍ରମରେ ଯେମିତି କୌଣସି ସମସ୍ୟା ସୃଷ୍ଟି ନ ହୁଏ, ସେଥିପାଇଁ ନୌସେନା ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି । ଏ ନେଇ ନୌସେନା ବିଭାଗ ଆଇଏନ୍ଏସ୍ ଚିଲିକା ପକ୍ଷରୁ ପ୍ରାଥମିକ ସ୍ତରରେ କେବଳ ସୂଚନା ଦିଆଯାଇଛି । ସୋମବାର ସବୁ ସ୍ପଷ୍ଟ କରାଯିବ ବୋଲି ଜଣାପଡ଼ିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/rVVcd.jpg)