କନକ ବ୍ୟୁରୋ : ଶିମିଳିପାଳ ଅଭୟାରଣ୍ୟରୁ ପୁଣି କଲରାପତରିଆ ବାଘଛାଲ ଜବତ । ଏଥିସହ ଜଣକୁ ଗିରଫ କରିଛି ବନବିଭାଗ । ଶିମିଳିପାଲ ୱାଇଲ୍ଡ ଲାଇଫ ଇଣ୍ଟେଲିଜେନ୍ସ ନେଟୱାର୍କ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ଟିମ୍ ଚଢ଼ାଉ କରି ଏହି ବାଘଛାଲ ଜବତ କରିଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ଘଟଣାରେ ବଡସାହି ଥାନା ଯଦୁନାଥପୁର ବନ୍ଧସାହି ଅଞ୍ଚଳର ଭୁବନ ସିଂ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନର ଡେପୁଟି ଡାଇରେକ୍ଟର ସମ୍ରାଟ ଗୌଡା । ତାକୁ ଅଟକ ରଖି ଅଧିକ ପଚରାଉଚରା ଚାଲିଛି । ବାଘଟିକୁ କେବେ ଶିକାର କରାଯାଇଥିଲା ଓ ଏଥିରେ କେଉଁ କେଉଁମାନେ ସମ୍ପୃକ୍ତ; ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ଡିଭିଜନ୍ର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡ଼ କହିଛନ୍ତି ।