କନକ ବ୍ୟୁରୋ : ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉକ୍ରଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟର ମାନ୍ୟତା ପାଇଲେ ଉପକୂଳ ଏବଂ ପୂର୍ବ ଓଡିଶାର ଛାତ୍ରଛାତ୍ରୀମାନେ ଉପକୃତ ହେବା ସହିତ ଏହି ଅଂଚଳରେ ନିଯୁକ୍ତି ସୃଷ୍ଟି ହେବ ।
ଏଥିସହ ଶିଳ୍ପ ଓ ଶିକ୍ଷାବିତଙ୍କ ମଧ୍ୟରେ ସମନ୍ୱୟ ତିଆରି ହେବା ସହ ଅତ୍ୟାଧୁନିକ ଗବେଷଣାକୁ ପ୍ରୋତ୍ସାହନ ମିଳିବ । ୭୫ବର୍ଷର ଐତିହ୍ୟ ଏବଂ ପରମ୍ପରାର ଉତ୍କଳ ବିଶ୍ୱବିଦ୍ୟାଳୟ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଏବଂ ଶିଳ୍ପଯୋଗୀ ମାନବସମ୍ବଳକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଭାବରେ ମାନ୍ୟତା ଦେବା ପାଇଁ ବ୍ୟକ୍ତି ଗତ ଭାବେ ହସ୍ତକ୍ଷେପ କରିବାକୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/11/32-16.jpg)