ବଙ୍ଗୋପସାଗରରେ ସକ୍ରିୟ ହେଉଛି ଲଘୁଚାପ : ୨୪ଘଣ୍ଟା ଭିତରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ

ଆନ୍ଧ୍ର ଉପକୂଳରେ ୱେଲ୍ ମାର୍କ ଲୋ ପ୍ରେସରରେ ପରିଣତ ହେବ

867

କନକ ବ୍ୟୁରୋ : କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସୃଷ୍ଟ ଲଘୁଚାପ ସକ୍ରିୟ ହୋଇଛି । ଏବେ ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଂ ବ୍ୟାପି ଯାଇଛି । ଏହି ଅଂଚଳରେ ସୃଷ୍ଟ ଲଘୁଚାପ ଆଗାମୀ ୨୪ ଘଂଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଅନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ ।

ଏହା ସହିତ ଆଗକୁ ଏହା ଉତ୍ତର – ଉତ୍ତର ପୂର୍ବ ଦିଗରେ ଗତି କରି ପରବର୍ତି ୨୪ ଘଂଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସଂଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡିଶାରେ କିଛି ଜିଲ୍ଲାରେ ବର୍ଷା ଜାରି ରହିଥିବା ସୂଚନା ମିଳିଛି ।