୧୯ରେ ଲଘୁଚାପ : ରାଜ୍ୟରେ ୨ ଦିନ ଧରି ଲାଗି ରହିବ ବର୍ଷା ,୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା

Advertisment
ଆସନ୍ତା ୨୯ରେ ଲଘୁଚାପ : ଓଡ଼ିଶା ଉପରେ କ’ଣ ରହିବ ଏହାର ପ୍ରଭାବ ?

କନକ ବ୍ୟୁରୋ : କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ୨୪ ଘଣ୍ଟା ଭିତରେ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆହୁରି ସ୍ପଷ୍ଟ ଚିହ୍ନିତ ଚିହ୍ନିତ ‌ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶା‌ରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି। ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ୧୯ ଓ ୨୦ ତାରିଖରେ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରିଛି କେନ୍ଦ୍ର।

କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍ ବିଶ୍ବାସ କହିଛନ୍ତି, ଲଘୁଚାପ ପ୍ରଭାବରେ ୧୯ ତାରିଖ ଦିନ ସକାଳୁ ବର୍ଷା ଆରମ୍ଭ ହୋଇଯିବ। ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳରେ ପ୍ରବଳ ବର୍ଷିବ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ କେତେକ ସ୍ଥାନରେ ବି ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ତାରିଖ ଦିନ ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସେ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୟେ‌ଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୨୦ ତାରିଖ ଦିନ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆ‌ଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଯୋଗୁଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସେହିଦିନ ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। କାଁଭାଁ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe