କନକ ବ୍ୟୁରୋ: ଆଜିଠାରୁ ଚାରିଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ କୋରାପୁଟ ଆଦି ଜିଲ୍ଲାରେ ସାମନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର ଓ ନାୟଗଡ଼ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Source:The Indian Expressସେହିପରି କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, ମୟୁରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି। ୩ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ମୟୁରଭଞ୍ଜ ଓ ବାଲେଶ୍ୱର ଏବଂ ୪ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ ଓ ୫ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଆଦି ଜିଲ୍ଲାରେ ବ୍ରଜପାତ ସହିତ ସାମନ୍ୟ ବର୍ଷା ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/03/rain-2.jpg)