ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ: ପାଞ୍ଚଦିନ ଧରି ଏହି ସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

Advertisment
ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ: ପାଞ୍ଚଦିନ ଧରି ଏହି ସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

କନକ ବ୍ୟୁରୋ: ଆସନ୍ତା ପାଞ୍ଚଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବା ନେଇ ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ, ପୁରୀ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ଅନ୍ୟସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

publive-image

୨୯ରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ୩୦ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ବୈଦ୍ଧ, ନୟାଗଡ଼, ବାଲେଶ୍ୱର, ଖୋର୍ଦ୍ଧା, ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ସେହିରି ୩୧ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀଜନିତ ବର୍ଷାର ସମ୍ଭାବନା ରହିଥିବା ବେଳେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ଢ଼େଙ୍କାନାଳ ଆଦି ଜିଲ୍ଲାକୁ ଏନେଇ ସତର୍କ କରାଯାଇଛି। ଏପ୍ରିଲ ୧ରେ ବି ରାଜ୍ୟର କିଛିସ୍ଥାନରେ କାଳବୈଶାଖୀଜନିତ ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe