ବାହୁଡାରେ ବର୍ଷା ନାହିଁ ! ଆଜି ବି ରହିବ କୋହଲା ପାଗ, ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା

Advertisment
ବାହୁଡାରେ ବର୍ଷା ନାହିଁ ! ଆଜି ବି ରହିବ କୋହଲା ପାଗ, ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା

କନକ ବ୍ୟୁରୋ: ୧୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ବର୍ଷା ନାହିଁ । କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ତେବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ କଟକ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାର ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ହୋଇପାରେ।

publive-image

୧୪ ତାରିଖ ବେଳକୁ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ତି ଜିଲ୍ଲାର କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହାପରେ ପାଗ ଶୁଖିଲା ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତକାଲି ଦିନତମମା ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ତେବେ କଟକରେ ୧୮ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ବର, ଝାରସୁଗୁଡ଼ା, ହୀରାକୁଦ ଆଦି ସ୍ଥାନରେ ହାଲକା ବର୍ଷା ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe