କନକ ବ୍ୟୁରୋ: ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ  ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଏବଂ ବରଗଡ଼ ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

Advertisment