କନକ ବ୍ୟୁରୋ: ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଏବଂ ବରଗଡ଼ ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।
୫ ଜିଲ୍ଲାକୁ ସତର୍କ ଘଣ୍ଟି ! ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲା ଗୁଡ଼ିକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ୟେଲୋ ୱାର୍ଣ୍ଣିଂ ଜାରି ।
/kanak/media/post_attachments/wp-content/uploads/2024/06/1cb3a42f9984df5f672f94816e1164ff-750x430-1.jpg)