ଆଗାମୀ ୩ ଘଣ୍ଟା ସତର୍କ ରୁହ! ୬ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି, ଏହିସବୁ ଜିଲ୍ଲା ଗୁଡ଼ିକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ସତର୍କତା ଜାରି ।

1,781

କନକ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ବିଶେଷ କରି ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ କଟକ ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ସେହିଭଳି ୧୦ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୟାଗଡ଼, କେନ୍ଦୁଝର, ଗଜପତି, ନୂଆପଡ଼ା, ଅନୁଗଳ ଏବଂ ଢେଙ୍କାନାଳ । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।