୨ ଦିନ ପ୍ରବଳ ବର୍ଷିବ ! ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କା‌ଳବୈଶାଖୀ ସମ୍ଭାବନା : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା

କନକ ବ୍ୟୁରୋ: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୧ ତାରିଖ ଦିନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। ସେହିଦିନ କିଛି କିଛି ସ୍ଥାନରେ ପାଗ ମେଘୁଆ ରହିପାରେ କିନ୍ତୁ ଦିନରେ କେତେକ ସ୍ଥାନରେ ଖରାର ପ୍ରକୋପ ଅଧିକ ରହିବ ବୋଲି ସୂଚନା ମିଳିଛି।

କେନ୍ଦ୍ରର ସୂଚନା ଅନୁଯାୟୀ, ୨୨ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ସୁନ୍ଦରଗଡ଼, ଦେବଗଡ଼, ସୋନ୍ପୁର, ସମ୍ବଲପୁର, ବୌଦ୍ଧ, ମୟୂରଭଞ୍ଜ, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ବରର ଗୋଟିଏ କିମ୍ବା ୨ଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ।

ଏଥିପାଇଁ ଜିଲ୍ଲାଗୁଡ଼ିକରେ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୩ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲା ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe