ଆଜି ପ୍ରକାଶ ପାଇବ ପଂଚାୟତ ନିର୍ବାଚନ ସଂରକ୍ଷଣ ଚିଠା ତାଲିକା : ଆପତ୍ତି ଥିଲେ ଜିଲ୍ଲାପାଳଙ୍କୁ କରିହେବ ଅଭିଯୋଗ

୨୧ ସୁଦ୍ଧା ଆପତି ଅଭିଯୋଗର ଶୁଣାଣି ; ୨୬ରେ ଆସିବ ଚୂଡ଼ାନ୍ତ ତାଲିକା

308

କନକ ବ୍ୟୁରୋ : ପଂଚାୟତ ନିର୍ବାଚନ ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ପ୍ରକାଶ ପାଉଛି ଚିଠା ପ୍ରସ୍ତାବ । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେନେଇ ଜିଲ୍ଲା ସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି । ୱାର୍ଡ଼ ମେମ୍ବେର, ସରପଂଚ, ସମିତି ସଭ୍ୟ, ବ୍ଲକ ଚେୟାରମ୍ୟାନ ଓ ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଉଛି । ତେବେ ୱାର୍ଡ଼ ମେମ୍ବେର, ସରପଂଚ, ସମିତି ସଭ୍ୟ, ବ୍ଲକ ଚେୟାରମ୍ୟାନ ପାଇଁ ଯଦି କିଏ ଚାହିଁବେ ୧୬ ତାରିଖରେ ଆପତି କରିପାରିବେ । ୨୧ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ଆପତି ଅଭିଯୋଗର ଶୁଣାଣି କରି ସମାଧାନ କରାଯିବ । ୨୬ ତାରିଖରେ ଚୁଡ଼ାନ୍ତ ତାଲିକା ପ୍ରକାଶ ପାଇବ ।

ସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ । ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ୱାରା ସମାଧାନ କରାଯିବ । ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୁଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ପ୍ରକାଶ ହେବ । ୩୦ ତରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ । ସଠିକ ସମୟରେ ନିର୍ବାଚନ ହେବା ନେଇ ସୁଚନା ଦେଇଛନ୍ତି ପଂଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ।