କନକ ବ୍ୟୁରୋ : ସୁସ୍ଥ ହୋଇ ଘରକୁ ଫେରିଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ୯୬ ବର୍ଷୀୟ ଆଡଭାନୀ ଗତକାଲି ରାତିରେ ଅସୁସ୍ଥ ହୋଇ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ । ତେବେ ଗୁରୁବାର ଚିକିତ୍ସିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି । ଏମ୍ସର ଡାକ୍ତରଙ୍କ କହିବା ଅନୁଯାୟୀ, ପୂର୍ବ ଉପ-ପ୍ରଧାନମନ୍ତ୍ରୀ ଆଡଭାନୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।
ଗତ ୩ ମାସ ପୂର୍ବରୁ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀସ୍ଥିତ ବାସଭବନକକୁ ଯାଇ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରିଥିଲେ । ପରିବାର ପକ୍ଷରୁ କୁହାଯାଇଛି ବୟସଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ଭାବେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଥିଲା । ତେବେ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ଡିସଚାର୍ଜ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/06/Advani.jpg)