ଲଣ୍ଡନରେ ଆହୁରି ଶକ୍ତ ହେଲା କରୋନା କଟକଣା: ଦିନକରେ ୫୫ ହଜାର ନୂଆ ମାମଲା ଚିହ୍ନଟ ହେବା ପରେ ବ୍ରିଟେନରେ ପୁଣି ଲକଡାଉନ ଘୋଷଣା; ଫେବୃଆରୀ ଯାଏଁ ରହିପାରେ ପ୍ରତିବନ୍ଧକ

ଖୋଲିବ ନାହିଁ ଶିକ୍ଷାନୁଷ୍ଠାନ

139

କନକ ବ୍ୟୁରୋ: ବ୍ରିଟେନରେ ନୂଆ କୋଭିଡ ଷ୍ଟ୍ରେନର ବ୍ୟାପକ ସଂକ୍ରମଣ କାରଣରୁ ଆହୁରି କଠୋର ହୋଇଛି କଟକଣା । ଲଣ୍ଡନରେ କରୋନା କଟକଣାକୁ ଆହୁରି କଡାକଡି କରିବା ଲାଗି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ । ଲଣ୍ଡନକୁ ଲକ୍ ଡ଼ାଉନ ଘୋଷଣା କରାଯାଇଛି । ରବିବାର ଏଠାରେ ନୂଆ ୫୫ ହଜାର ମାମଲା ସାମ୍ନାକୁ ଆସିଥିଲା । ଏହାପରେ ସୋମବାର ଚିନ୍ତା ପ୍ରକାଶ କରିଛନ୍ତି ବ୍ରିଟେନ୍ ପ୍ରଧାନମନ୍ତ୍ରୀ । ସେଥିପାଇଁ ଚଳିତ ମାସରେ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଗୁଡିକ ଖୋଲିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।

କରୋନାର ନୂଆ ଷ୍ଟ୍ରେନ୍ ୭୦ ପ୍ରତିଶତ ପର୍ଯ୍ୟନ୍ତ ଦୃତ ବେଗରେ ସଂକ୍ରମିତ ହେଉଛି । ତେଣୁ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ସହ, ହେଟେଲ, ରେଷ୍ଟୁରାଂଟ, ବାର ଓ ପବ୍ ଭଳି ଜନଗହଳି ହେଉଥିବା ସ୍ଥାନଗୁଡିକ ଖୋଲିବା ଉପରେ ଶକ୍ତ ପ୍ରତିବନ୍ଧକ ଲଗାଯାଇଛି । ତଥାପି କରୋନାର ସଂକ୍ରମଣ ବ୍ୟାପିବାରେ ଲାଗିଛି । ଏଠାରେ ୭୫ ହଜାରରୁ ଅଧିକ କୋଭିଡ ମୃତ୍ୟୁ ହେଲାଣି । ଯାହା ସମଗ୍ର ୟୁରୋପରେ ଦ୍ୱିତୀୟ ସର୍ବାଧିକ । ତେଣୁ ଆଗକୁ ଆହୁରି କଠିନ ସପ୍ତାହ ଆସୁଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ । ଫେବୃୟାରୀ ମଧ୍ୟ ଯାଏଁ ପ୍ରତିବନ୍ଧକ ଲାଗି ରହିବାକୁ ସଂକେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।