କନକ ବ୍ୟୁରୋ : ସାରା ଦେଶରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ ମତଦାନ । ଗଣତନ୍ତ୍ରର ଏହି ମହାପର୍ବରେ ଭାଗ ନେଇ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଜନତା । ତେବେ ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁଯାୟୀ, ଅପରାହ୍ନ ୩ଟା ପର୍ଯ୍ୟନ୍ତ ଦେଶର ୯୧ଟି ଲୋକସଭା ଆସନରେ ୫୬ ପ୍ରତିଶତ ମତଦାନ ହୋଇଛି ।
ପ୍ରଥମ ପର୍ଯ୍ୟାୟରେ ୨୦ଟି ରାଜ୍ୟର ୯୧ଟି ଲୋକସଭା ଆସନରେ ଚାଲିଛି ଭୋଟଗ୍ରହଣ । ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ମତଦାନ ଜାରି ରହିଥିବା ବେଳେ ଏହାରି ଭିତରେ ସମସ୍ତଙ୍କ ଅପେକ୍ଷା ଆସନ୍ତା ମେ ମାସ ୨୩ ତାରିଖକୁ । ଯେତେବେଳେ ସ୍ପଷ୍ଟ ହୋଇଯିବ ଜନମତ କାହା ସପକ୍ଷରେ ଯାଉଛି, କାହାକୁ ଭରସୁଛନ୍ତି ଭୋଟର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/04/general-elections-2019-a_660_041119085104.jpg)