ଜୁନ୍ ୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ୨୦୨୦ ମାର୍ଚ୍ଚରୁ ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ପାଇଁ ମିଳୁନଥିଲା ଅନୁମତି । 

716

କନକ ବ୍ୟୁରୋ : ଆସନ୍ତା ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର । କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା । ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା । ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା । ଏପରିକି ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଥିଲା ।  କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

ଜୁନ୍ ୧୨ ତାରିଖରେ ରାଜ୍ୟରେ ବିଜେପି ସରକାର ଗଢିବ । ଦୀର୍ଘ ୨୪ ବର୍ଷ ପରେ ନୂଆ ମୁଖ୍ୟମନ୍ତ୍ରୀ ପାଇବ ରାଜ୍ୟ । ନୂଆ ସରକାର ଆସିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯିବ । ୧୨ରେ ନୂଆ ସରକାର ଶପଥ ନେବାକୁ ଥିବା ବେଳେ ୧୩ରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ ।