ଅସ୍ତରଙ୍ଗରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଘରୁ ଲୁଟ୍ । ମାରଣାସ୍ତ୍ର ଦେଖାଇ ଲୁଟିନେଲେ ୫ଲକ୍ଷ ଟଙ୍କାର ସୁନା ଗହଣା ଓ ନଗଦ ୮୦ହଜାର ଟଙ୍କା ।

195

କନକ ବ୍ୟୁରୋ: ପୁରୀ ଅସ୍ତରଙ୍ଗ ଆଳସାହି ଗାଁରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଘରୁ ଲୁଟ୍ । ମାରଣାସ୍ତ୍ର ଦେଖାଇ, ହାତଗୋଡ଼ ବାନ୍ଧି  ଲୁଟିନେଲେ ନଗଦ ଟଙ୍କା ସାଙ୍ଗକୁ ସୁନା ଅଳଙ୍କାର । ୫ଲକ୍ଷ ଟଙ୍କାର ସୁନା ଗହଣା ସାଙ୍ଗକୁ ନଗଦ ୮୦ହଜାର ଟଙ୍କା ଦୁବୃର୍ତ ଚୋରି କରିନେଇଥିବା ଅଭିଯୋଗ ହୋଇଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିଷ୍ଣୁଚରଣ ମଲ୍ଲିକଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଏତଲା ଦିଆଯାଇଛି । ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।