କନକ ବ୍ୟୁରୋ : ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଫେରିବେ । ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଛି । ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ପହଣ୍ଡି ସରିଛି । ଧାଡି ପହଣ୍ଡିରେ ରଥକୁ ଶ୍ରୀଜୀଉ ରଥକୁ ବିଜେ ହେବେ । ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି ସରିଛି । ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଛି ।
ଜନ୍ମବେଦୀରୁ ରତ୍ନବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଯାଇଛି ପହଣ୍ଡି । ରଥାରୁଢ ହୋଇଛନ୍ତି ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା । ସେପଟେ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି । କାଳିଆକୁ ଦେଖି ଭାବବିହ୍ୱଳ ଭକ୍ତ । ଆଖିରୁ ଝରି ପଡୁଛି ଭକ୍ତିର ଲୁହ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/07/19-8.jpg)