ଚତୁର୍ଦ୍ଧାମୂର୍ତ୍ତୀଙ୍କ ସୁନାବେଶ। ଥରେ ନୁହେଁ ବର୍ଷରେ ୫ ଥର ହୋଇଥାଏ ନୀତି। କେବେ ହୁଏ ପଢନ୍ତୁ…

144

କନକ ବ୍ୟୁରୋ: ଜଗତବାସୀଙ୍କୁ ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ତେବେ କେବଳ ରଥ ଉପରେ ମହାପ୍ରଭୁ ସୁନାବେଶରେ ଦର୍ଶନ ଦେଇନଥାନ୍ତି । ଅନ୍ୟ ସମୟରେ ମଧ୍ୟ ଚତୁର୍ଦ୍ଧାବିଗ୍ରହ ସୁନାବେଶର ସଜ୍ଜିତ ହୋଇଥାନ୍ତି ।

ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ ହୋଇଥାଏ । ଆଶାଢ ଶୁକ୍ଳ ଏକାଦଶୀରେ ସିଂହଦ୍ୱାରରେ ରଖାଯାଇଥିବା ତିନି ରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜିଉଙ୍କ ମଧ୍ୟାହ୍ନ ଧୂପ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ ।

ସେହିଭଳି ପୌଷ ପୂର୍ଣ୍ଣିମାରେ ପୁଷ୍ୟାଭିଷେକ ସମୟରେ, ଫାଲଗୁନ ପୂର୍ଣ୍ଣିମା ବା ଦୋଳ ପୂର୍ଣ୍ଣିମାରେ ସୁନାବେଶରେ ମହାପ୍ରଭୁ ସଜ୍ଜିତ ହୁଅନ୍ତି । ଏହା ପରେ ଆଶାଢ ଶୁକ୍ଳ ଏକାଦଶୀରେ ସିଂହଦ୍ୱାରରେ ସୁନାବେଶ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମାରେ ଏବଂ ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ନୀତି ହୋଇଥାଏ ।

ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜିଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।