କନକ ବ୍ୟୁରୋ: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ମଧ୍ୟ ଆଜି ଭକ୍ତଙ୍କ ପାଇଁ ଖୋଲିଛି । ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରବାସୀ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିପାରିବେ । ଯଦି ଭୁବନେଶ୍ୱରରେ କେହି ଚାକିରୀ କରିଥିବେ ତେବେ ସେମାନେ ନିଜ ପରିଚୟ ପତ୍ର ଦେଖାଇ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିପାରିବେ । ସେପଟେ ଗଂଜାବର ତାରାତାରିଣୀ ମନ୍ଦିର ଆଜି ଠାରୁ ଖୋଲିଛି । ଭକ୍ତ ଶାନ୍ତି ଶୃଙ୍ଖଳା ସହ ମାଙ୍କ ଦର୍ଶନ କରୁଛନ୍ତି । କେନ୍ଦ୍ରପଡାର ବଳଦେବଜୀଉ ମନ୍ଦିର ଭକ୍ତଙ୍କ ପାଇଁ ଖୋଲୁଛି ।
ଦୀର୍ଘ ୧୦ ମାସ ପରେ ବଳଦେବଜୀଉଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । କୋଭିଡ ନିମୟ ପାଳନ କରି ଠାକୁରଙ୍କ ଦର୍ଶନ କରିବେ ଭକ୍ତ । ସଂବଲପୁରର ମାଆ ସମଲେଶ୍ୱରୀଙ୍କ ମନ୍ଦିର ଆଜି ଖୋଲୁଛି । କେବଳ ସ୍ଥାନୀୟ ଭକ୍ତଙ୍କ ପାଇଁ ଖୋଲିବ ମାଆ ସମଲେଶ୍ୱରୀ ମନ୍ଦିର । ପ୍ରଥମେ ସଂବଲପୁରର ସ୍ଥାନୀୟ ଲୋକ ମାଆଙ୍କ ଦର୍ଶନର ସୁବିଧା ପାଇବେ । କୋଭିଡ କଟକଣା କାରଣରୁ ମନ୍ଦିର ଦର୍ଶନ ସମୟରେ କିଛିଟା ପରିବର୍ତନ କରିଛି ମନ୍ଦିର ଟ୍ରେଷ୍ଟ ବୋର୍ଡ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/10-3.jpg)