କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଂଟା ମଧ୍ୟରେ ଭୁବନେଶ୍ୱରରୁ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଥିବା ବେଳେ ୪୭ ଜଣ ଲୋକାଲ କଣ୍ଟାକ୍ଟ ରହିଥିବା ଜଣାପଡିଛି । ସେହିପରି ଆଜି ଭୁବନେଶ୍ୱରରୁ ୮୭ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
କହିରଖୁ କି ଆଜି (ଶନିବାର) ସୁଦ୍ଧା ଭୁବନେଶ୍ୱରରୁ ମୋଟ ୨୯,୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮,୫୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୭୪ ଜଣ ସଂକ୍ରମିତ ଏବେ ଚିକିତ୍ସାଧିନ ଅଛନ୍ତି । ଏହାସହ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ କରୋନା ସଂକ୍ରମଣରେ ମୋଟ ୧୭୯ ଜଣଙ୍କର ମୃତ୍ୟୁ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/11/1800x1200_virus_3d_render_red_03_other.jpg)