କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବାର ସମ୍ଭାବନା ରହିଛି ।
ପରବର୍ତ୍ତୀ ସମୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ତେବେ ଏହା ଆହୁରି ଘନୀଭୂତ ହେବ କି ନାହିଁ ପରେ ସ୍ପଷ୍ଟ ହୋଇନାହିଁ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓ ଉତ୍ତର ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ଏଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/06/RAIN-3.jpg)