ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୧୦ ତାରିଖରେ ନେବ ସାମୁଦ୍ରିକ ଝଡର ରୂପ ।

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୧୦ ତାରିଖରେ ନେବ ସାମୁଦ୍ରିକ ଝଡର ରୂପ ।

କନକ ବ୍ୟୁରୋ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତାକାଲି  ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ଏହା ଆହୁରି ଘନୀଭୂତ ହେବା ସହ ଉତର ଓ ଉତ୍ତର-ପଶ୍ଚିମ  ଦିଗରେ ଗତି କରି ଆସନ୍ତା ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରେ ୧୧ ତାରିଖାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଏହି ସାମୁଦ୍ରିକ ଝଡ । ଏହାପରେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଏଭଳି ଭାବେ ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁ ହେବ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଏହି ସମୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଂଚଳରେ ସମୁଦ୍ର ଆଶାନ୍ତ ରହିବ । ୮ ତାରିଖରେ ପବନର ବେଗ ବୃଦ୍ଧି ପାଇବ  । ସମୁଦ୍ର ଭିତରେ ସର୍ବାଧିକ ଘଂଟା ପ୍ରତି ୮୦ କି.ମି, ବେଗରେ ବହିପାରେ ପବନ ।  ୧୦ ଓ ୧୧ ତାରିଖ ବେଳକୁ ଆହୁରି ଆଶାନ୍ତ ହୋଇପାରେ ସମୁଦ୍ର । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe