କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଆଗାମୀ ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବା ସମ୍ଭାବନା । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଜି ଲଘୁଚାପ ପ୍ରଭାବରେ ୪ ଜିଲ୍ଲା, କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

Advertisment

ଏଥିସହ କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତକାଲିଠୁ ବର୍ଷାର ପ୍ରଭାବ ଅଧିକ ରହିବ । ଆଗାମୀ ୨ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସେହିପରି ୧୧ ତାରିଖରେ ମଧ୍ୟ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।