ବଙ୍ଗୋପସାଗରରେ ବାତ୍ୟା । ନେଇପାରେ ଭୀଷଣ ସାମୁଦ୍ରିକ ଝଡ଼ର ରୂପ, ୫ ତାରିଖରେ କରିପାରେ ସ୍ଥଳଭାଗ ଅତିକ୍ରମ

5,221

କନକ ବ୍ୟୁରୋ : ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମିଗ୍ଜମ୍ । ୪ ତାରିଖ ପୂର୍ବାହ୍ଣ ସୁଦ୍ଧା ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଆନ୍ଧ୍ର ଓ ତତ୍ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ପହଁଚିବ । ଏହାପରେ ଉତ୍ତର ଦିଗରେ ଦକ୍ଷିଣ ଆନ୍ଧ୍ର ଉପକୂଳର ସମାନ୍ତରାଳ ଭାବେ ଗତି କରିବ ।
ଆହୁରି ଘନିଭୂତ ହୋଇ ନେଇପାରେ ଭୀଷଣ ବାତ୍ୟାର ରୂପ
୫ ତାରିଖ ପୂର୍ବାହ୍ଣରେ ଆନ୍ଧ୍ରର ନେଲୋର ଓ ମଚ୍ଛିଲିପଟନମ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା
ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ବଢ଼ିବ
ଦେଇପାରେ ଘଣ୍ଟା ପ୍ରତି ୧୧୦ କିଲୋମିଟର ବେଗରେ ଝଟ୍କା

ଯଦିଓ ଉତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଛି ବାତ୍ୟା, ତେବେ ଓଡ଼ିଶାରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠାରୁ ରାଜ୍ୟର କିଛି ଅଂଚଳରେ ପାଗ ବଦଳିଛି । ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ସତର୍କ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।
୪ ତାରିଖରେ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲିକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
୫ ତାରିଖରେ ଏହି ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି
ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ ଜିଲ୍ଲାରେ ମଧ୍ୟ ବର୍ଷା ଆଶଙ୍କା

ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ଜିଲ୍ଲାରେ ଅମଳ ହେବାକୁ ଥିବା ଫସଲକୁ ନେଇ ସତର୍କ କରାଯାଇଛି । ତଳି ଅଂଚଳରେ ଜଳବନ୍ଦୀ ସମସ୍ୟା ଉପୁଜିବା ସହ କଚ୍ଚା ଘର ଭାଙ୍ଗିଯିବା ଆଶଙ୍କା ରହିଛି । ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।