ସମ୍ଭାବ୍ୟ ଲଘୁଚାପ ପ୍ରଭାବ, ଆଗାମୀ ୩ ଦିନ ବର୍ଷା ଆଶଙ୍କା : ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ

500

କନକ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହା ସହ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଗାମୀ ୨୪ ଘଣ୍ଟାରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ , ସୋନପୁର, ବୌଦ୍ଧ, ବରଗଡ଼, ରାଗୟଡ଼ା, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ରହିଛି । ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।