ଲଘୁଚାପର ରୂପ ନେଲା ଘୁର୍ଣ୍ଣିବଳୟ : ପ୍ରବଳ ବର୍ଷିବ, ସତର୍କ ରୁହ

673

କନକ ବ୍ୟୁରୋ : ଉତ୍ତର ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରାଞ୍ଚଳ ବଙ୍ଗୋପସାଗରର ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଆଗାମୀ ଆଜି ଏବଂ ଆସନ୍ତାକାଲି ଉପକୂଳବର୍ତୀ ଏବଂ ଆଭ୍ୟନ୍ତରଣୀୟ ଓଡ଼ିଶାର ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ୬ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଂଜ ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ପବନର ବେଗ ୪୦ରୁ ୫୦ କିିମି ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।