ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା

783

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରବାବରେ ଲଘୁଚାପ ସୃଷ୍ଟି ହୋଇଛି । ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୨୩ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରିଣତ ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେ‌ଷ ରହିବ ନାହିଁ । ୨୩ ତାରିଖ ରାଜ୍ୟର ଉପକୂଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅପ୍ୟପଟେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।