କନକ ବ୍ୟୁରୋ: ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧକ ସାଜିପାରେ ବର୍ଷା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ଆକଳନ ଅନୁସାରେ ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ ।
ମେ ୨୪ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/23-19.jpg)