୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ । ୨୫ରୁ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ୱେଲୋ ୱାର୍ଣ୍ଣିଂ

420

କନକ ବ୍ୟୁରୋ : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ । ପରବର୍ତ୍ତୀ ୨୪ ଘଣ୍ଟାରେ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ଆଶଙ୍କା ରହିଛି । ନଭେମ୍ବର ୨୪ରେ ଅବପାତ ପୁଡୁଚେରୀ ଉପକୂଳ ଦେଇ ଗତି କରିବ । ଏନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ ।

ଏହାସହ ନଭେମ୍ବର ୨୫ରୁ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ଓ ୨୬ ତାରିଖରେ କୋରାପୁଟ, ଗଜପତି ଓ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ସେହିପରି ୨୬ରୁ ୨୭ରେ ଗଜପତି, ରାୟଗଡା, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଘନ କୁହୁଡି ନେଇ ମଢ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ, କଳାହାଣ୍ଡି. ଗଜପତି, ରାୟଗଡା ଓ ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡି ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିିଳିଛି ।