କନକ ବ୍ୟୁରୋ: ଆସନ୍ତାକାଲି ଆଉ ଏକ ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ତତ୍ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାପରେ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ମୌସୁମୀ ଋତୁରେ ଏହା ସପ୍ତମ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଖୋର୍ଦ୍ଧା, ଜଗତସିଂହପୁର, କଟକ, ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୨ ତାରିଖ ଦିନ ଗଞ୍ଜାମ, ପୁରୀ, ଅନୁଗୁଳ, ଯାଜପୁର, ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନର ବହିବା ଆଶଙ୍କା ରହିଛି । ତେଣୁ ମତ୍ସଜୀବୀଙ୍କୁ ସମୁଦ୍ର ଭି୍ତରକୁ ଯିବାକୁ ବାରଣ କରାଯାଇଛି । ସେହିପରି ଆସନ୍ତା ୧୮ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହୋଇପାରେ କୁହାଯାଉଛି ।
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ୪୮ ଘଣ୍ଟା ପରେ ଘନୀଭୂତ ହୋଇ ହେବ ଅବପାତ ।
/kanak/media/post_attachments/wp-content/uploads/2021/09/rain.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)