ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ୩୦ ଯାଏଁ ପ୍ରବଳ ବର୍ଷାର ପୂର୍ବାନୁମାନ । କେତେକ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ।

879

କନକ ବ୍ୟୁରୋ: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ୩୦ ଯାଏଁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେତେକ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବର୍ଷା ନେଇ ସଜାଗ ରହିବାକୁ ଜିଲ୍ଲାପାଳ ମାନଙ୍କୁ ଚିଠିରେ କୁହାଯାଇଛି ।

ଅଗଷ୍ଟ ୨୭ରୁ ୨୮ତାରିଖ ଯାଏଁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କଟକ ଅନୁଗୁଳ, ଦେବଗଡ ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ଜିଲ୍ଲାରେ ଘଡଘଡି ସହ ଝଡବର୍ଷା ସମ୍ଭାବନା ରହିଛି । ୨୮ରୁ ୨୯ତାରିଖ ପର୍ଯ୍ୟନ୍ତ ମଧ୍ୟ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ୮ଟି ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୨୮ରୁ ୨୯ ତାରିଖ ଭିତରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିି ସମୟରେ ୧୬ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସେହିପରି ୨୯ରୁ ୩୦ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା , କଳାହାଣ୍ଡି ବଲାଙ୍ଗୀର, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।