ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୬ ତାରିଖରେ ଘୂର୍ଣ୍ଣିବଳୟ ଆକଳନ : ପରବର୍ତ୍ତୀ ୪୮ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ଆଶଙ୍କା

2,078

କନକ ବ୍ୟୁରୋ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଆକଳନ । ୬ ତାରିଖରେ ଘୂର୍ଣ୍ଣିବଳୟ ନେଇ ପୂର୍ବାନୁମାନ କରାଯାଇଛି । ପରବର୍ତ୍ତୀ ୪୮ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ଆଶଙ୍କା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହ ଆଇଏମଡି ପକ୍ଷରୁ କୁହାଯାଇଛି ଯେ, ବାତ୍ୟା ହେବା ନେଇ ଅନ୍ୟ ମଡେଲ ଆକଳନ କରୁଛନ୍ତି । ଅନ୍ୟ ମଡେଲ ଉପରେ ନଜର ରଖାଯାଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏପଟେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜିଠୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।