ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ : ୨୦ରୁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

19

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ରାଜ୍ୟରେ କମିବ ତାପମାତ୍ରା । ଦିନେ ଦୁଇ ଦିନ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ତେବେ ୧୯ ତାରିଖରୁ ବର୍ଷା ବଢିବା ସହ ୨୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଘଂଟା ପ୍ରତି ୪୫ କିଲୋମିଟର୍ ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି । ତେବେ ଜୁନ୍ ୭ ତାରିଖରେ ମୌସୁମୀ କେରଳ ଛୁଇଁବାକୁ ଥିବାବେଳେ ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଉପକୂଳ ଛୁଇଁବ ।