ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ; ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ଏହା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ସପ୍ତାହେ ଧରି ବର୍ଷା ଜାରି ରହିବ ।