କନକ ବ୍ୟୁରୋ: ଆସନ୍ତା ୩୦ ତାରିଖ ବେଳକୁ ଆଣ୍ଡମାନ ଉପକୂଳରେ ସୃଷ୍ଟି ହେବ ଲଘୁଚାପ । ଏହା ଘନୀଭୂତ ହୋଇ ବାତ୍ୟାର ରୂପ ମଧ୍ୟ ନେଇପାରେ । ହେଲେ, ଏହାର ଭୟ ଓଡିଶାକୁ ନାହିଁ । କାରଣ ଏହା ଘନୀଭୂତ ହେବା ପରେ ମିଆଁମାର ଓ ବାଂଲାଦେଶ ଆଡକୁ ମୁହାଁଇବାର ସମ୍ଭାବନାର ରହିଛି ।
ଅନ୍ୟପଟେ, ଆକଳନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହେବ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ। ଏଥିସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସହ କୁଅପଥର ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
୨୭ ତାରିଖ ମଧ୍ୟାହ୍ନ ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ପବନର ପ୍ରଭାବ ଦେଖିବାକୁ ମିଳିବ। ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ ଓ ସୋନପୁର ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି ଉପକୂଳ ଓଡ଼ିଶା ସମେତ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/04/BATYA.jpg)
/kanak/media/post_attachments/wp-content/uploads/2020/04/RAIN-1.jpg)
/kanak/media/post_attachments/wp-content/uploads/2020/03/RAIN-750x430-1.jpg)