ବର୍ଷାରେ ଭିଜିବ ଗଣେଶ ପୂଜା !

598

କନକ ବ୍ୟୁରୋ : ପୂର୍ବ ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ ସ୍ଥାନରେ ହାଲୁକାରୁ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ତେବେ ଆସନ୍ତାକାଲି ଲଘୁଚାପ ଦୁର୍ବଳ ହୋଇ ବର୍ଷା ପରିମାଣ କମିବ । ୧୦ରେ ୫ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗତ ୨୪ଘଣ୍ଟାରେ ୫ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ସର୍ବାଧିକ ୮୫.୬ମିମି ବର୍ଷା ହୋଇଛି । କୋରାପୁର ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆଜି ସକାଳ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି ନବରଙ୍ଗପୁର, ନୂଆପଡା, କନ୍ଧମାଳ, ପୁରୀ, ବଲାଙ୍ଗୀର, ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଉଛି ।

ସେହିପରି ୭ରୁ୮ ତାରିଖ ସକାଳ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । ନୂଆପଡା, ନବରଙ୍ଗପୁର,କେନ୍ଦୁଝର, ବରଗଡ, ସୋନପୁର ଓ ଝାରସୁଗୁଡା ପରି ପଶ୍ଚିମ ଓ ଉତ୍ତର ଓଡିଶା ଜିଲ୍ଲାରେ ପ୍ରବଳ ହୋଇପାରେ । ୮ଓ୯ତାରିଖରେ ଲଘୁଚାପ ଦୁର୍ବଳ ହୋଇ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୦ତାରିଖରେ କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି । ତେବେ ଗତକାଲି ବର୍ଷା ପରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ୧% ଭରଣା ହୋଇଛି ।