ଅବପାତର ରୂପ ନେଲା ଲଘୁଚାପ । ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ସାମୁଦ୍ରିକ ଝଡରେ ପରିଣତ ହେବ ।

421

କନକ ବ୍ୟୁରୋ : ଅବପାତର ରୂପ ନେଲା ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ସାମୁଦ୍ରିକ ଝଡରେ ପରିଣତ ହେବ । ଏବେ ଗୋପାଳପୁର ଠାରୁ ୧୦୨୦ କିମି ଓ ପାରାଦ୍ୱୀପ ଠାରୁ ୧୦୬୦କିମି ଦୂରରେ ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଶନିବାର ଆସିବ ବାତ୍ୟା । ବର୍ଷିବ ଅଧିକ ପବନ କମ୍ ! କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ- ଉତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସେତେବେଳକୁ ଏହା ଉତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ । ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ । ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଂଚିବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ଉପକୂଳ ସହିତ ସମାନ୍ତରାଳ ଭାବେ ଗତି କରିପାରେ ।