ଆସୁଛି ବର୍ଷା, ସତର୍କ ରୁହ : ୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

443

କନକ ବ୍ୟୁରୋ : ଦକ୍ଷିଣ ପୂର୍ବ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ । ଯାହା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆକଳନ ଅନୁଯାୟୀ, ୨୦ରେ ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ଅଞ୍ଚଳରେ ବର୍ଷା ପରିମାଣ ବଢିପାରେ । ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଗ କୋହଲା ରହିବା ଦ୍ୱାରା ରାତି ତାପମାତ୍ରା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟ ପଟେ ଆସନ୍ତା ୩-୪ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ତେଣୁ ଏହି ସମୟ ମଧ୍ୟରେ ଥଣ୍ଡା ବଢିବ ନାହିଁ ବୋଲି କେନ୍ଦ୍ର ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ୪୦-୫୦ ଓ ବେଳେ ବେଳେ ଏହା ୬୦ କିମି ପର୍ଯ୍ୟନ୍ତ ପହଞ୍ଚୁଛି ।