କନକ ବ୍ୟୁରୋ : ଆଜି ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ପରବର୍ତୀ ୪୮ ଘଂଟା ମଧ୍ୟରେ ନେବ ଅବପାତର ରୂପ । ପରେ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି । ତେବେ ଏହାର ପ୍ରଭାବରେ ୧୫ରୁ ଭିଜିବ ଓଡ଼ିଶା ।

Kanak News is now on WhatsApp
Join and get latest news updates delivered to you via WhatsApp
ସେହିଭଳି ଦକ୍ଷିଣ ଉପକୂଳ ଓଡ଼ିଶରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ମାଲକାନଗିରି, କେରାପୁଟ, ରାୟଗଡା, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ବର୍ଷା ହେବ । ୧୭ ଓ ୧୮ରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷା ପରେ ଓଡ଼ିଶାକୁ ପ୍ରବେଶ କରିବା ପୂର୍ବରୁ ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଏବେ ଉତର -ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ସେପଟେ ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି ।