କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଂଟାରେ କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ତେବେ ବର୍ତମାନ ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ କମ ବର୍ଷା ହୋଇଛି । ଗତ ୨୪ ଘଂଟାରେ ୭ ସହରରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜୟପୁରରେ ୧୧୬ ମିଳିମିଲିଟର ବର୍ଷା ହୋଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/06/Odisha-heavy-rains_1663758594874_1663758595112_1663758595112.webp)